ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳଙ୍କ ଶୁଭେଚ୍ଛା

ଶପଥ ନେବା ପରେ ସଚିବାଳୟ ଯାଇ କାର୍ଯ୍ୟଭାର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ; ଅପରାହ୍ଣରେ ମନ୍ତ୍ରିପରିଷଦ ଓ କ୍ୟାବିନେଟ ବୈଠକ

ଭୁବନେଶ୍ବର : ସାଧାରଣ ନିର୍ବାଚନରେ ଏନ୍‌ଡିଏ ତଥା ବିଜେପିର ବିପୁଳ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ଦିନରେ ଓଡ଼ିଶାର ବିକାଶ ପାଇଁ ଏକାଠି କାମ କରିବା ପାଇଁ ଶ୍ରୀ ପଟ୍ଟନାୟକ ଟ୍ବିଟର୍‌ରେ ଲେଖିଛନ୍ତି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେଡିର ଉତ୍ସାହଜନକ ପ୍ରଦର୍ଶନ ପାଇଁ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳଙ୍କ ଶୁଭେଚ୍ଛା

ବିଧାନସଭା ନିର୍ବାଚନରେ ବିଜୁ ଜନତା ଦଳର ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆଗାମୀ ଦିନରେ ଓଡ଼ିଶା ସମସ୍ତଙ୍କୁ ସାଙ୍ଗରେ ନେଇ ଏକ ବିକାଶତ ରାଜ୍ୟରେ ଆଗକୁ ବଢ଼ିବ ବୋଲି ରାଜ୍ୟପାଳ ଟ୍ବିଟର୍‌ରେ ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe