ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଆସ୍କା ଲୋକସଭା ସାଂସଦ ଲଡ଼ୁକିଶୋର ସ୍ବାଇଁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତିି। ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ଲଡ଼ୁକିଶୋର ସ୍ବାଇଁଙ୍କୁ ଜଣେ ଦକ୍ଷ ପାର୍ଲାମେଣ୍ଟାରିଆନ୍‌ ଭାବେ ବର୍ଣ୍ଣନା କରିଛନ୍ତି। ଜଣେ ବିଧାୟକ ଓ ସାଂସଦ ଭାବେ ସେ ଦକ୍ଷତାର ସହିତ କାର୍ଯ୍ୟ କରି ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଥିଲେ। ସ୍ବର୍ଗତ ସ୍ବାଇଁଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ସେହିପରି ଅର୍ଥ ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା, ପୂର୍ତ ଓ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ବର ମହାନ୍ତି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନା, ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଉଷା ଦେବୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରମେଶ ମାଝୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଚନ୍ଦ୍ରସା‌ରଥୀ ବେହେରା, ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂହ ପ୍ରମୁଖ ଗଭୀର ଶୋକପ୍ରକାଶ କରିଛନ୍ତି।

ସମ୍ବନ୍ଧିତ ଖବର