ବିବାହ ବନ୍ଧନ‌ରେ ବାନ୍ଧିହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ

Advertisment
ବିବାହ ବନ୍ଧନ‌ରେ ବାନ୍ଧିହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ

ଭୁବନେଶ୍ବର: ବିବାହ ବନ୍ଧନରେ ବାନ୍ଧିହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ନେଦରଲ୍ୟାଣ୍ଡରେ ନାଦିଆଙ୍କ ସହ ବିବାହ ବନ୍ଧନରେ ବାନ୍ଧିହେଲେ ଅରୁଣ । ଅରୁଣଙ୍କ ବିବାହର ଖବର ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ପୋଷ୍ଟ କରିବା ପରେ ବିବାହର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ତେବେ ଅରୁଣ ପଟ୍ଟନାୟକ ଜୁନ୍ ୧୧ ତାରିଖରେ ବିବାହ କରିଥିବା ସୂଚନା ରହିଛି । ଅରୁଣଙ୍କ ଭଉଣୀ ଗାୟତ୍ରୀ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ଗାୟତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକଙ୍କ ଝିଆରୀ ତଥା ବଡଭାଇ ପ୍ରେମ ପଟ୍ଟନାୟକଙ୍କ ଝିଅ ।ତେବେ ରାଜ୍ୟରେ ବିଜେଡି ସରକାରର ପରାଜୟ ପରେ ଅରୁଣ ପଟ୍ଟନାୟକ ନବୀନଙ୍କ ଉତ୍ତରାଧିକାରୀ ଭାବେ ରାଜନୀତି ମଙ୍ଗ ଧରିବେ ବୋଲି ଚର୍ଚ୍ଚା ହେଉଥିବାବେଳେ ଅରୁଣ କିମ୍ବା ତାଙ୍କ ପରିବାର ପକ୍ଷରୁ କୌଣସି ସୂଚନା ମିଳିନଥିଲା । ଏବେ ଅରୁଣଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରୁଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe