ମେକ୍-ଇନ୍- ଓଡ଼ିଶାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Advertisment
ମେକ୍-ଇନ୍- ଓଡ଼ିଶାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାମାସରେ ଭୁବନେଶ୍ବରରେ ହେବାକୁ ଥିବା ମେକ୍‌ ଇନ୍‌ ଓଡ଼ିଶାର ପ୍ରସ୍ତୁତି ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ସମୀକ୍ଷା କରିଛନ୍ତି। ରାଜ୍ୟରେ ପୁଞ୍ଜିନିବେଶକୁ ପ୍ରୋତ୍ସାହିତ କରିବା ପାଇଁ ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ବିଶେଷକରି ମହିଳା ଓ କୃଷକମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଏକ ଉତ୍ତମ ନୀତି ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ସମ୍ପୃକ୍ତ ଅନ୍ୟ ବିଭାଗୀୟ ସଚିବମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe