ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କ ପାଇଁ ଭିଡିଓ ଜରିଆରେ ବାର୍ତ୍ତା ଦେଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନେ ଜାଣନ୍ତି ବର୍ତ୍ତମାନ ସାରା ଦେଶ ଅନଲକ ହେବା ଆରମ୍ଭ କରିଛି। ଆଉ ବିଶେଷ କିଛି କଟକଣା ନାହିଁ। ସାରା ବିଶ୍ବରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି। ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି।

Advertisment

ଆମ ରାଜ୍ୟରେ ମଧ୍ୟ ସଂକ୍ରମଣ ବଢୁଛି। ବର୍ଷା ଋତୁ ପାଇଁ ମୁଁ ଆପଣମାନଙ୍କୁ ଆଗରୁ ସାବଧାନ କରିଥିଲି। କୋଭିଡ୍‌ ପାଇଁ ଟିକ। ବା ଔଷଧ ନ ବାହାରିବା ପର୍ଯ୍ୟନ୍ତ ଜୀବନ କେବେ ବି ପୂର୍ବପରି ସ୍ବାଭାବିକ ହେବ ନାହିଁ । ତେଣୁ ସମସ୍ତଙ୍କ ମଙ୍ଗଳ ପାଇଁ ଆମକୁ ତ୍ୟାଗ କରିବାକୁ ହେବ । ମୁଁ ପୁଣିଥରେ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ କୋଭିଡ ଗାଇଡଲାଇନକୁ କଡାକଡି ଭାବରେ ପାଳନ କରନ୍ତୁ।

ଅତି ଦରକାର ନହେଲେ ବାହାରକୁ ଯାଆନ୍ତୁ ନାହିଁ।

ବାହାରେ, ଅଫିସରେ, କର୍ମକ୍ଷେତ୍ରରେ ସବୁବେଳେ ମାସ୍କ ବ୍ୟବହାର କରନ୍ତୁ।

ସାମାଜିକ ଦୂରତା ରକ୍ଷା କରନ୍ତୁ।

ବାରମ୍ବାର ସାବୁନରେ ଭଲଭାବରେ ହାତ ଧୁଅନ୍ତୁ।

ଗହଳି କରନ୍ତୁ ନାହିଁ କିମ୍ବା ଗହଳିକୁ ଯାଆନ୍ତୁ ନାହିଁ।

ବୟସ୍କ ଲୋକ ଓ ଶିଶୁମାନଙ୍କର ବିଶେଷ ଯତ୍ନ ନିଅନ୍ତୁ।

ଯୁବ ସମାଜକୁ ମୋର ବିଶେଷ ଅନୁରୋଧ ସେମାନେ କୋଭିଡ ନିୟମକୁ ଠିକ ଭାବରେ ପାଳନ କରନ୍ତୁ। ଆପଣ ସଂକ୍ରମିତ ହେଲେ ଆପଣଙ୍କର ବାପା, ମାଆ, ପରିବାର, ପିଲାମାନଙ୍କ ସଂକ୍ରମଣ ଆଶଙ୍କା ବଢିବ। ତେଣୁ କେବେବି ହେଳା କରନ୍ତୁ ନାହିଁ, ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।