ଶପଥ ଗ୍ରହଣ ପୂର୍ବରୁ ଜଗନ୍ନାଥ ମହାପ୍ରଭୂଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶପଥ ଗ୍ରହଣ ପୂର୍ବରୁ ଜଗନ୍ନାଥ ମହାପ୍ରଭୂଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଗାମୀ ୨୯ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ପୂର୍ବରୁ ନବୀନ ପଟ୍ଟନାୟକ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ନେବାର ଯୋଜନା ରହିଛି। ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ୫.୧୦ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୁରୀରେ ପହଞ୍ଚିବେ। ଏସସିଏସ୍‌ କଲେଜ ପଡ଼ିଆସ୍ଥିତ ହେଲିପ୍ୟାଡ୍ ଓହ୍ଲାଇ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ୬ଟାରେ ପୁଣି ପୁରୀରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ।

publive-image

ନବୀନଙ୍କ ଶପଥ ଗ୍ରହଣ ସମାରୋହ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ସେହିଦିନ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ନବୀନ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ। ତାଙ୍କ ଦାବି ଯଥାର୍ଥ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଲାଗି ନବୀନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆମନ୍ତ୍ରଣ କରିଥିଲେ। ନବୀନ ଓଡ଼ିଶାରେ ପଞ୍ଚମ ପାଳି କାର୍ଯ୍ୟ ଆରମ୍ଭ କରିବେ। ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ପ୍ରକ୍ରିୟା ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe