ବିଜେଡ଼ିର ସାଙ୍ଗଠନିକ କ୍ଷେତ୍ରରେ ନୂଆ ନିଯୁକ୍ତି : କୋରାପୁଟ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ହେଲେ ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ବିଜୁ ଜନତାଦଳ ସଭାପତି ନବୀନ ପଟ୍ଟନାୟକ ଦଳର ସାଙ୍ଗଠନିକ କ୍ଷେତ୍ରର କେତେକ ନୂଆ ନିଯୁକ୍ତି ଦେଇଛନ୍ତି । ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଅନୁଗୁଳ ଜିଲ୍ଲା ପର୍ଯ୍ୟବେକ୍ଷକ ସହିତ ଜଗତସିଂହପୁର ଜିିଲ୍ଲାର ସହ-ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦିଆଯାଇଛି।

 

ବିଜେଡ଼ି ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କୁ ଢେଙ୍କାନାଳ ଜିଲ୍ଲା ବିଜେଡ଼ି ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଢେଙ୍କାନାଳ ଜିଲ୍ଲା ସଭାପତି ଥିବା ମନ୍ତ୍ରୀ ଡା. ନୃସିଂହ ସାହୁଙ୍କୁ ବିଜେଡିର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ସଭାପତି ଭାବେ ନିଯୁକ୍ତି ଦିଆଯାଇଥିିବା ବେଳେ ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଜଗତସିଂହପୁର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବିଜୟ ନାୟକଙ୍କୁ ଢେଙ୍କାନାଳ ଜିଲ୍ଲା ସହ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦିଆଯାଇଛି।

ସମ୍ବନ୍ଧିତ ଖବର