ସୁସ୍ଥ ହୋଇ ଫେରିଲେ ନବୀନ

୨୨ ଦିନ ପରେ ନବୀନ ପଟ୍ଟନାୟକ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ସେ ଶନିବାର ଅପରାହ୍ନ ୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ନବୀନଙ୍କୁ ଦଳର ସଦସ୍ୟମାନେ ସ୍ୱାଗତ ଜଣାଇଛନ୍ତି। ବିମାନ ବନ୍ଦର ଠୁ ନବୀନ ନିବାସ ପର୍ଯ୍ୟନ୍ତ ବିଜେଡି କର୍ମୀ ଓ ନେତାମାନେ ଦଳର ସଭାପତିଙ୍କୁ ସ୍ବାଗତ କରିଛନ୍ତି....

Naveen returns home after recovering

Naveen returns home after recovering Photograph: (sambad.in)

ଭୁବନେଶ୍ବର: ୨୨ ଦିନ ପରେ ନବୀନ ପଟ୍ଟନାୟକ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି  । ସେ ଶନିବାର ଅପରାହ୍ନ ୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ନବୀନଙ୍କୁ ଦଳର ସଦସ୍ୟମାନେ ସ୍ୱାଗତ ଜଣାଇଛନ୍ତି।

ବିମାନ ବନ୍ଦର ଠୁ ନବୀନ ନିବାସ ପର୍ଯ୍ୟନ୍ତ ବିଜେଡି କର୍ମୀ ଓ ନେତାମାନେ ଦଳର ସଭାପତିଙ୍କୁ ସ୍ବାଗତ କରିଛନ୍ତି । ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ନିଜ ସମର୍ଥକଙ୍କୁ ଧରି ରାଜଧାନୀକୁ ଦଳର  ନେତାମାନେ ଆସିଛନ୍ତି ।

 
ଗତ ଜୁନ୍ ୨୦ ତାରିଖରେ ଚିକିତ୍ସା ପାଇଁ ନବୀନ ମୁମ୍ବାଇ ଯାଇଥିଲେ। ଜୁନ୍  ୨୨ ତାରିଖରେ ନବୀନଙ୍କର ଅସ୍ତ୍ରୋପଚାର ହୋଇଥିଲା।  ଜୁଲାଇ ୭ ତାରିଖରେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ।

ସୂଚନାଯୋଗ୍ୟ,  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ସେ ଗତମାସ ୨୦ ତାରିଖ ଦିନ ମୁମ୍ବାଇ ଯାଇଥିଲେ। ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୁମ୍ବାଇ ସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ୨୦୨୫ ଜୁନ୍‌ ୨୨ ତାରିଖ ଠାରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା।

ମୁମ୍ବାଇ ଯିବା ପୂର୍ବରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ନବୀନ ପଟ୍ଟନାୟକ କହିଥିଲେ, ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଛି। ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।  

ନବୀନ ପଟ୍ଟନାୟକଙ୍କ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‌ଏନେଇ ଚିନ୍ତାପ୍ରକଟ କରିଥିଲେ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ‌ହୋଇ ଫେରି ଆସନ୍ତୁ ବୋଲି କହିଥିଲେ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଥିଲେ।

ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ମୁମ୍ବାଇ ଯିବା ସୂଚନା ମିଳିବା ପରେ ତାଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ତାଙ୍କର ସମର୍ଥକମାନେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଶୁଭେଚ୍ଛା ଜଣାଇଥିଲେ। ପୂଜାର୍ଚ୍ଚନା କରିଥିଲେ। ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। 

Naveen Pattnaik | BJD

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe