Naveen's road show: ଖରିଆର୍‌ ରୋଡ୍‌ରେ ଆଜି ନବୀନଙ୍କ ରୋଡ୍‌ ସୋ’: ପାରକୋଡ଼ରେ ଜନସଭାକୁ ସମ୍ୱୋଧିତ କରିବେ

ଦ୍ବିତୀୟଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶୁକ୍ରବାର ଦିନ ୧୧ଟାରେ ଶ୍ରୀ ପଟ୍ଟନାୟକ ଖରିଆର ରୋଡ୍‌ ଥାନା ନିକଟସ୍ଥ ପଡ଼ିଆରେ ପହଞ୍ଚିବେ।

naveen

ନୂଆପଡ଼ା: ଦ୍ବିତୀୟଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶୁକ୍ରବାର ଦିନ ୧୧ଟାରେ ଶ୍ରୀ ପଟ୍ଟନାୟକ ଖରିଆର ରୋଡ୍‌ ଥାନା ନିକଟସ୍ଥ ପଡ଼ିଆରେ ପହଞ୍ଚିବେ। ସେଠାରୁ ଏକ ରୋଡ୍‌ ସୋ’ରେ ନୂଆପଡ଼ା ପର୍ଯ୍ୟନ୍ତ ଆସିବେ। ଏହି ଅବସରରେ ଖରିଆର ରୋଡ୍‌ର ଡାଗାସ ଛକ, ବିଜୁ ପଟ୍ଟନାୟକ ଛକ, ଲଖମନିଆ ଛକରେ ଉପସ୍ଥିତ ଜନତାଙ୍କୁ ଶ୍ରୀ ପଟ୍ଟନାୟକ ସମ୍ୱୋଧିତ କରିବେ।

ରୋଡ୍‌ ସୋ’ରେ ନୂଆପଡ଼ାରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ଉଦ୍‌ବୋଧନ ଦେବେ। ଦିନ ୩ଟାରେ ନୂଆପଡ଼ାର ପାରକୋଡ଼ରେ ଏକ ବିଶାଳ ସାଧାରଣ ସଭାକୁ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe