କଟକ: ଓଡ଼ିଶା ମାଟିରୁ ମାଓବାଦୀଙ୍କୁ ଚେତାବନୀ ଦେବା ସହ ମାଓମୁକ୍ତ ଭାରତର ସ୍ବପ୍ନ ପୂରଣ ହେବା ନେଇ ପୁଣି ଥରେ ସ୍ବର ଶାଣିତ କଲେ ଶାହ । ଦେଶରୁ ମାଓବାଦୀ ଲୋପ ପାଉଛନ୍ତି ଆଉ ଆଗାମୀ ୨୫ ଦିନ ଭିତରେ ଭାରତ ମାଓ ମୁକ୍ତ ହେବା ନେଇ ସେ ଦମ୍ଭ ଦେଖାଇଛନ୍ତି । ନକ୍ସଲବାଦର ମୂଳପୋଛ ଏବଂ ମାଓବାଦୀ ସଫା ହେବା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ମୋଦୀ ସରକାର ୩୧ ମାର୍ଚ୍ଚ, ୨୦୨୬ ସୁଦ୍ଧା ଦେଶକୁ ନକ୍ସଲବାଦ ମୁକ୍ତ କରିବାକୁ ସଂକଳ୍ପବଦ୍ଧ । ମାଓମୁକ୍ତ ଭାରତ ପାଇଁ ଅଭିଯାନ ଜୋରଦାର ଚାଲିଛି ଏବଂ CISF ଏହି ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଓଡ଼ିଶା, ଛତିଶଗଡ଼ କିମ୍ବା ତେଲେଙ୍ଗାନା, CISF ନକ୍ସଲବାଦକୁ ଦୂର କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଆମର ସୁରକ୍ଷା ବାହିନୀ ତିରୁପତିରୁ ପଶୁପତି ପର୍ଯ୍ୟନ୍ତ ଲାଲ କରିଡରର ସ୍ୱପ୍ନ ଦେଖୁଥିବା ଲୋକଙ୍କୁ ସମ୍ପୂର୍ଣ୍ଣ ପରାସ୍ତ କରିଛନ୍ତି । ଏହା ଆମ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆମ ସୁରକ୍ଷା ବାହିନୀ ପାଇଁ ଏକ ବଡ଼ ସଫଳତା ।
#WATCH | Cuttack, Odisha | Union Home Minister Amit Shah says, "PM Modi government is determined to free the country from Naxalism by March 31, 2026, and the CISF has played a crucial role in that effort. Whether in Odisha, Chhattisgarh, or Telangana, the CISF has played a… pic.twitter.com/hWUyZeLSwS
— ANI (@ANI) March 6, 2026
ତେବେ ଦିନିକିଆ ଓଡ଼ିଶା ଗସ୍ତରେ ଅଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ, ସାଂସଦ ଓ ବିଧାୟକ ବିମାନ ବନ୍ଦରରେ ଗୃହମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ କଟକ ମୁଣ୍ଡଳିରେ ପହଞ୍ଚିଛନ୍ତି ।
ଆହୁରି ପଢନ୍ତୁ- Hirakhand Express: କୋରାପୁଟ ହୀରାଖଣ୍ଡ ଟ୍ରେନରୁ ମୃତଦେହ ଉଦ୍ଧାର
ସେଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ସାମିଲ ହୋଇଛନ୍ତି । ସେଥିରେ ସେ କହିଛନ୍ତି ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ । ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ CISFର ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ସମୟ ସହିତ ନିଜକୁ ଗଢ଼ିଛି CISF । ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ ବୋଲି କହିଛନ୍ତି ଶାହ । CISF ହାତରେ ସୁରକ୍ଷିତ ରହିଛି ଦେଶର ବନ୍ଦର । ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲବାଦ ମୁକ୍ତ ଲକ୍ଷ୍ୟ ରହିଛି। ନକ୍ସଲମୁକ୍ତ ଅଭିଯାନରେ ସୁରକ୍ଷାବଳଙ୍କ ଭୂମିକା ଅନନ୍ୟ । CISF ଯବାନ କଠିନ ପରିସ୍ଥିତିରେ କର୍ତ୍ତବ୍ୟପାଳନ କରିଆସୁଛନ୍ତି ।
କଟକ ପରେ ପାରଦୀପ ଗସ୍ତ କରିବେ ଶାହ। ସେଠାରେ ୧ଟା ୪୫ ମିନିଟରେ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟର ଲୋକାର୍ପଣ କରିବେ। ପାରାଦୀପରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବର ଫେରିବେ ଗୃହ ମନ୍ତ୍ରୀ । ଭୁବନେଶ୍ୱରରେ ଜାତୀୟ ଫୋରେନସିକ୍ ସାଇନ୍ସ ୟୁନିଭର୍ସିଟି (NFSU) ର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିବେ। ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ । ଏହି ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା ସରକାର ୪୦ ଏକର ଜମି ଯୋଗାଇ ଦେଇଛନ୍ତି । ସେ କେନ୍ଦ୍ରୀୟ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀ (CFSL) ର ମଧ୍ୟ ଭୂମି ପୂଜନ କରିବେ ।
ଆହୁରି ପଢନ୍ତୁ- Crime: ପରୀକ୍ଷା ଦେବାକୁ ଯାଉଥିବା ବେଳେ ବ୍ଲେଡରେ କଲେଜ ଛାତ୍ରୀଙ୍କୁ ଆକ୍ରମଣ
ଭୁବନେଶ୍ୱରରେ ନୂଆ ନ୍ୟାୟ ସଂହିତା ଉପରେ ଏକ ପ୍ରଦର୍ଶନୀର ଉଦଘାଟନ କରିବା ସହ ଏକ ମୋବାଇଲ୍ ଫୋରେନସିକ୍ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିବେ । ଏହି ଅବସରରେ IIT ଭୁବନେଶ୍ୱର ଏବଂ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହେବ । ସଂଧ୍ୟାରେ ଦିଲ୍ଲୀ ଫେରିଯିବେ । ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାପରେ ସରକାରୀ କାର୍ଯ୍ୟକ୍ରମ ସାରି ଦଳୀୟ କାର୍ଯ୍ୟାଳୟ ଆସିବେ ଶାହ । ରାଜ୍ୟ ସଙ୍ଗଠନ ବାବଦରେ ନେତାଙ୍କ ସହ କରିବେ ଆଲୋଚନା ।
ଏହି ସମୟରେ ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଦଳର ତୁଙ୍ଗ ନେତା ମାନେ ଉପସ୍ଥିତ ରହିବେ ରାଜ୍ୟ କାର୍ଯ୍ୟାଳୟରେ ଶାହ ପ୍ରାୟ ୧ ଘଣ୍ଟା ରହିବେ । ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ। ସଂଧ୍ୟାରେ ଦିଲ୍ଲୀ ଫେରିଯିବେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2026/03/06/amit-shah-2026-03-06-14-01-19.jpeg)