ପୁଲିସ ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ

ମାଲକାନଗିରି: ସୀମାନ୍ତ ଛତିଶଗଡ ପୁଲିସକୁ ମିଳିଛି ବଡ ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ନକ୍ସଲ ନିହତ ହୋଇଛି।ବିଶେଷ ସୂତ୍ରରୁ ଖବର ପାଇ ଦନ୍ତେୱାଡା ଜିଲ୍ଲା ପୁଲିସ ଏବଂ ଡିଆରଜି ଯବାନ ନିଲାବାୟ ଜଂଗଲରେ ସର୍ଚ୍ଚ ଅପରେସନ କରୁଥିଲେ। ନକ୍ସଲ କ୍ୟାମ୍ପ ନିକଟରେ ଯବାନ ପହଞ୍ଚିବା ଦେଖି ନକ୍ସଲ ଯବାନଙ୍କ ଉପରେ ଅତର୍କିତ ଗୁଳି ଚାଳନା କରିଥିଲେ। ଯବାନ ମଧ୍ୟ ନିଜକୁ ସୁରକ୍ଷିତ ରଖି ନକ୍ସଲ ଉପରେ ଗୁଳି ଚଳାଇଥିଲେ। ଦୀର୍ଘ ସମୟ ଧରି ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଥିଲା।

ତେବେ ନକ୍ସଲ ପୁଲିସ ଗୁଳିର ସାମ୍ନା କରିନପାରି ଛତ୍ରଭଙ୍ଗ ଦେଇଥିଲେ। ଯବାନ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଣେ ହାର୍ଡକୋର ନକ୍ସଲର ମୃତ ଦେହକୁ ଜବତ କରିଛି। ମୃତ ନକ୍ସଲକୁ ଚିହ୍ନଟ କରାଯାଇଛି। ସେ ହେଉଛି ମିଲିଙ୍ଗିର ଏରିଆ କମିଟିର କମାଣ୍ଡର କୋସା। କୋସା ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ। ଘଟଣାସ୍ଥଳରୁ ମୃତଦେହ ସମେତ ୯ ଏମଏମ ପିସ୍ତଲ, ଗୋଟିଏ ଦେଶୀ ବନ୍ଧୁକ, ୩ କିଲୋ ଓଜନର ବୋମା ଜବତ କରାଯାଇଛି। ଏଥିସହ ବିପୁଳ ପରିମାଣରେ ନକ୍ସଲଙ୍କ ଦୈନନ୍ଦିନ ସାମଗ୍ରୀ ମଧ୍ୟ ଜବତ କରାଯାଇଥିବା ଏସପି ସଲଭ ସିହ୍ନା ପ୍ରକାଶ କରିଛନ୍ତି। ପ୍ରକାଶ ଥାଉକି ଗତ କିଛି ଦିନ ହେଲା ନକ୍ସଲ ହିଂସା ଛତିଶଗଡରେ ବଢିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ ଯବାନ ଏବେ ଜଂଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।

ସମ୍ବନ୍ଧିତ ଖବର