କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ ଏନ୍‌ଡିଆର୍‌ଏଫ୍‌ ଡିଜି

ଭୁବନେଶ୍ବର : ବାତ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ପ୍ରଗତି ସମ୍ପର୍କରେ ଏନ୍‌ଡିଆର୍‌ ଡିଜି ଏସ୍‌ ଏନ୍ ପ୍ରଧାନ ଆଜି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଆଲୋଚନା କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଏନ୍‌ଡିଆର୍‌ଏଫ୍‌ର କାର୍ଯ୍ୟ ଓ ପ୍ରଭାବିତମାନଙ୍କ ସହାୟତା ସମ୍ପର୍କରେ ଆଲୋଚନା ହୋଇଥିଲା। ପ୍ରଭାବିତ ଅଞ୍ଚଳରେ ପୁନଃ ନିର୍ମାଣ କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌କୁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ଶ୍ରୀ ପ୍ରଧାନ ପ୍ରତିଶ୍ରୁତି ଦେଇଥିଲେ।

ସମ୍ବନ୍ଧିତ ଖବର