ସରିଲା ନିଟ୍‌, ଶେଷ ସପ୍ତାହରେ ରେଜଲ୍ଟ

Advertisment
ସରିଲା ନିଟ୍‌, ଶେଷ ସପ୍ତାହରେ ରେଜଲ୍ଟ

ଭୁବନେଶ୍ବର : ମେଡିକାଲ ପାଠ୍ୟକ୍ରମରେ ନା‌ମଲେଖା ପାଇଁ ରବିବାର ନିଟ୍‌-ୟୁଜି ପରୀକ୍ଷା ଅନୁଷ୍ଠିତ ହୋଇଛି। ପରୀକ୍ଷା ଦେବା ଲାଗି ସାରା ଦେଶରେ ୧୬ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିବା ବେଳେ ପ୍ରାୟ ୧୫ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଦେଶର ୨୦୨ଟି ସହରର ୩୮୬୨ଟି କେନ୍ଦ୍ରରେ ଶାନ୍ତିଶୃଙ୍ଖଳା‌ରେ ପରୀକ୍ଷା ହୋଇଥିଲା। ସେପ୍ଟେମ୍ବର ଶେଷ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରୀକ୍ଷା ପରିଚାଳନା କରୁଥିବା ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାର ୧୬ଟି ସହରରେ ପ୍ରାୟ ୩୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀ କିଛି ମାତ୍ରାରେ ପ୍ରଭାବିତ ହୋଇଥିଲେ ମଧ୍ୟ ଭୁବନେଶ୍ବର ସମେତ ଅନୁଗୁଳ, ବାଲେଶ୍ବର, ବ୍ରହ୍ମପୁର, କଟକ, ରାଉରକେଲା, ସମ୍ବଲପୁର, ବଲାଙ୍ଗୀର, ଭବାନୀପାଟଣା, କେନ୍ଦୁଝର, କୋରାପୁଟ, ମାଲକାନଗିରି, ପାରଳାଖେମୁଣ୍ଡି, ଫୁଲବାଣୀ, ରା‌ୟଗଡ଼ା, ପୁରୀ ସହରର ୮୩ଟି କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ବର୍ଷା ଯୋଗୁଁ କେତେକ ସ୍ଥାନରେ ଛାତ୍ରଛାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ବର୍ଷାକୁ ନଜରରେ ରଖି ପୂର୍ବାହ୍ନ ୧୧ଟାରୁ ବିଭିନ୍ନ ପରୀକ୍ଷାକେନ୍ଦ୍ରର ଫାଟକ ଖୋଲାଯାଇଥିଲା। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବା ସମୟରେ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଥିଲେ ମଧ୍ୟ କେତେକ ସ୍ଥାନରେ ନିୟମ ପାଳନ ହୋଇ ନଥିଲା। ପରୀକ୍ଷାର ସୁପରିଚାଳନା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଥିଲା। ପରୀକ୍ଷାର୍ଥୀଙ୍କୁ କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ, ମୋବାଇଲ୍‌ ଫୋନ୍‌ ଓ ଅନ୍ୟାନ୍ୟ ନିଷିଦ୍ଧ ସାମଗ୍ରୀ ପରୀକ୍ଷା କେନ୍ଦ୍ରକୁ ନେବାକୁ ଅନୁମତି ମିଳି ନ ଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe