ନୂଆ ଶିକ୍ଷାବର୍ଷରୁ ୧୧ଟି ଆଦର୍ଶ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର : ୨୦୧୮-୧୯ ଶିକ୍ଷାବର୍ଷଠାରୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନରେ ଗୋଟିଏ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ, ୬ଟି ଏକଲବ୍ୟ ଆବାସିକ ବିଦ୍ୟାଳୟ, ୪ଟି କଳିଙ୍ଗ ଆବାସିକ ବିଦ୍ୟାଳୟ କାର୍ଯ୍ୟକ୍ଷମ ହେବ। ରାଜ୍ୟରେ ଗୋଟିଏ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ, ୧୯ଟି ଏକଲବ୍ୟ ଆବାସିକ ବିଦ୍ୟାଳୟ, ୪ଟି କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଆଜି ନୂଆ ବିଦ୍ୟାଳୟ କାର୍ଯ୍ୟକ୍ଷମ ହେବା ସଂପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ରମେଶ ମାଝୀ କହିଲେ ଯେ, ଏହି ବିଦ୍ୟାଳୟଗୁଡ଼ିକ ନିମନ୍ତେ ୬ଷ୍ଠ ଶ୍ରେଣୀରେ ନାମ ଲେଖାଇବା ପାଇଁ ଦରଖାସ୍ତ ଆହ୍ଵାନ କରାଯାଇଛି।

ସମ୍ବନ୍ଧିତ ଖବର