ଭୁବନେଶ୍ବର: ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୫୯ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୧୦୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୨ ହଜାର ୦୬୫ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫ହଜାର ୨୪୧ ଜଣ।
22. Nayagarh: 4
23. Nuapada: 21
24. Puri: 19
25. Sambalpur: 14
26. Sonepur: 1
27. Sundargarh: 32
28. State Pool: 10New recoveries: 809
Cumulative tested: 5940901
Positive: 319103
Recovered: 312065
Active cases: 5241— I & PR Department, Odisha (@IPR_Odisha) December 1, 2020
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪ଜଣ, ବରଗଡ଼ରୁ ୩, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୨୨ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୭ଜଣ, ଜଗତ୍ସିଂହପୁରରୁ ୧୮ ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡ଼ାରୁ ୧୫ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୩୭ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୧ଜଣ, ମୟୂରଭଞ୍ଜରୁ ୩୪ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୪ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୧୯ ଜଣ, ସମ୍ବଲପୁରରୁ ୧୪ ଜଣ, ସୁବର୍ଣ୍ଣପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୩୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।
4.A 65-year-old female of Puri district.
5.A 78-year-old male of Puri district who was also suffering from Diabetes Mellitus, Hypertension & COPD.
— H & FW Dept Odisha (@HFWOdisha) December 1, 2020
ଏପଟେ ରାଜ୍ୟରେ ପୁଣି ୫ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।