ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୬୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୮, ୮୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୫, ୬୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୯୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।