ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଜଣଙ୍କର ପ୍ରାଣହାନି

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୮୮୮ ଜଣ ଓ ଏବେ ବି ସକ୍ରିୟ ଅଛି ୬୫୮ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀର ଓ ବୌଦ୍ଧରୁ ଜଣେ ଲେଖାଏଁ, କଟକରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟରୁ ୩ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଆଜି ଭୁବନେଶ୍ବରର ଜଣେ ୭୪ ବର୍ଷିୟ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି। ଏଥିନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ସମ୍ବନ୍ଧିତ ଖବର