ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫୯୪ କରୋନା ସଂକ୍ରମିତ ଚିହ୍ନଟ, ୧୪ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମ୍‌ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୩୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୧ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩୧୭୨୩୯ ରେ ପହଞ୍ଚିଛି। ଏହା ସହ ଗତ ୨୪ଘଣ୍ଟା ମଧ୍ୟରେ ୧୪ଜଣଙ୍କ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।।

ଗତ ୨୪ ଘଣ୍ଟା ମଧ୍ୟ‌ରେ ଅନୁଗୁଳ ଜିଲ୍ଲାରୁ ୩୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୪ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୧୧ଜଣ, ବଲାଙ୍ଗୀରରୁ ୪୨ଜଣ, ବୌଦ୍ଧରୁ ୩, କଟକରୁ ୫୫ଜଣ, ଦେବଗଡ଼ରୁ ୩ ଜଣ , ଢେଙ୍କାନାଳରୁ ୨ଜଣ, ଗଜପତିରୁ ୧ଜଣ, ଗଞ୍ଜାମରୁ ୮ଜଣ, ଜଗତ୍‌ସିଂହପୁରରୁ ୨୪ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୨୦ଜଣ, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୧୬ଜଣ, କେନ୍ଦୁଝରରୁ ୧୯ଜଣ, ଖୋର୍ଦ୍ଧାରୁ ୫୬ଜଣ, ମାଲକାନଗିରିରୁ ୬ଜଣ, ମୟୂରଭଞ୍ଜରୁ ୪୨ଜଣ, ନବରଙ୍ଗପୁରରୁ ୧ଜଣ, ନୟାଗଡ଼ରୁ ୪ଜଣ, ନୂଆପଡ଼ାରୁ ୨୫ଜଣ, ପୁରୀରୁ ୩୭ ଜଣ, ରାୟଗଡ଼ାରୁ ୫ଜଣ, ସମ୍ବଲପୁରରୁ ୧୭ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୫୫ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ସମ୍ବନ୍ଧିତ ଖବର