ନୂଆ ୬୩ ଜଣ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି | ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୧ଜଣ ସଙ୍ଗରୋଧରେ ଥିଲେ ଏବଂ ଦୁଇଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

cdc

ଆଜି ୧୫ଟି ଜିଲ୍ଲାରୁ ଏହି ୬୩ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ରହିଥିବାବେଳେ ନୟାଗଡ଼ ଜିଲ୍ଲାରୁ ୭ଜଣ ସଂକ୍ରମିତ ଅଛନ୍ତି। ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀରରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି|

ଗଞ୍ଜାମରୁ ୪, ବାଲେଶ୍ୱରରୁ ୩ ଜଣ, କଟକରୁ ୩ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ମୟୁରଭଞ୍ଜ , ପୁରୀ, ସମ୍ବଲପୁର, କୋରାପୁଟ, ଝାରସୁଗୁଡ଼ା ଓ ନବରଙ୍ଗପୁର ଓ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି | ଢେଙ୍କନାଳ ଜିଲ୍ଲାରୁ ୯ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି।

ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୯୮, ବାଲେଶ୍ବରରେ ୧୪୨, ଯାଜପୁରରେ ୨୫୩ , କଟକରେ ୮୯, ସୁନ୍ଦରଗଡ଼ରେ ୪୧ , ପୁରୀରେ ୮୬, କେନ୍ଦ୍ରାପଡ଼ାରେ ୬୧. ଅନୁଗୁଳରେ ୨୫ ,ଖୋର୍ଦ୍ଧାରେ ୧୨୧, ଦେବଗଡ଼ରେ ୨୪ , ଭଦ୍ରକରେ ୧୦୬, ନୟାଗଡ଼ରେ ୬୪, ଜଗତସିଂହପୁରରେ ୬୦, ନୂଆପଡାରେ ୧୪, ବଲାଙ୍ଗୀରରେ ୬୨, ବୌଦ୍ଧରେ ୩୩, ଅନୁଗୁଳରେ ୨୫, କେନ୍ଦୁଝରରେ ୨୧, ମାଲକାନଗିରିରେ ୧୯, ମୟୂରଭଞ୍ଜରେ ୧୭, କଳାହାଣ୍ଡିରେ ୧୫, କନ୍ଧମାଳରେ ୧୩, ଗଜପତିରେ ୧୦, କୋରାପୁଟରେ ୭, ଢେଙ୍କାନାଳରେ ୧୬, ଝାରସୁଗୁଡ଼ାରେ ୭, ସମ୍ବଲପୁରରେ ୮ରେ ପହଞ୍ଚିଛି। ଅପରପକ୍ଷରେ ବରଗଡ଼ରେ ୨ରେ, ସୁବର୍ଣ୍ଣପୁର ଜିଲ୍ଲାରେ ୫ରେ  ନବରଙ୍ଗପୁରରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୮୨୭ରେ ପହଞ୍ଚିଥିବା ବେଳେ ୮୮୯ଜଣ ସୁସ୍ଥ ହୋଇଛନ୍ତି। ଏବେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ତେଣେ କରୋନା ବ୍ୟତୀତ ଅନ୍ୟ ଦୁଇଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର