ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୩୦ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୧୧୬ ଜଣ ଶିଶୁ ଓ କିଶୋରଙ୍କୁ କରୋନା

Advertisment
ଅକ୍ଟୋବରରେ କେରଳର କୋଭିଡ ମୃତ୍ୟୁ ଭାଗ ୬୫ ପ୍ରତିଶତ

europeanpharmaceuticalreview.com

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୩ ଜଣ, ବଲାଙ୍ଗୀରରୁ ୩, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୩୨ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୨୧ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୫, ୭୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦, ୦୦, ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe