ରାଜ୍ୟରେ ଆଜି ୬୬୨ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ବି ଦୈନିକ କରୋନା ସଂକ୍ରମଣ ହଜାରେ ତଳେ ରହିଛି। ଗତକାଲି ୭୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ତିନିଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।


ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧୨, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୯ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨, କୋରାପୁଟ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜରୁ ୭୮ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ବଲପୁରରୁ ୪୮ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୪୨ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୭, ୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୧, ୬୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର