ବାଲେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ତାଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ଙ୍କ ସଂଖ୍ୟା ୧୭୮ରେ ପହଂଚିଛି | ଏହି ନୂଆ କରୋନା ଆକ୍ରାନ୍ତ ଜଣକ ବାଲେଶ୍ୱର ର ବୋଲି ଜଣାପଡିଛି | ବାଲେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଜଣ ସୁସ୍ଥ ହୋଇଛନ୍ତି | ଆଜି ସକାଳେ ଗଞ୍ଜାମ ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ | ସେହିପରି ରାଜ୍ୟରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବାବଦରେ ଜଣାପଡିଥିଲା |

ଏହି ୭୭ ବର୍ଷୀୟ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ହୋଇଥିବାବେଳେ ତାଙ୍କର ମଧୁମେହ ସହ କିଡ଼ନୀ ଜନିତ ସମସ୍ୟା ଥିଲା | ଗତକାଲି କିମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା | ତେବେ ଠିକ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ ହୋଇଛି | ଏପ୍ରିଲ ୬ ତାରିଖରେ ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିଲା |

ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୧୧୬ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି |

ସମ୍ବନ୍ଧିତ ଖବର