ଭୁବନେଶ୍ୱର : ଆଜି (ସୋମବାର) ଭୁବନେଶ୍ୱରର ନୂଆ ଡିସିପି ଭାବେ ଉମାଶଙ୍କର ଦାଶ ଦାୟିତ୍ୱ ଗ୍ରହଣ କରିଛନ୍ତି। ଡିସିପି ଦାୟିତ୍ୱରେ ଥିବା ଅତିରିକ୍ତ ପୁଲିସ୍ କମିସନର୍ ଅନୁପ କୁମାର ସାହୁ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ପୁଲିସ ସେବା ଭବନରେ ମଧ୍ୟାହ୍ନ ୧୨ଟାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଉମାଶଙ୍କର ଦାଶ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନୂଆ ଡିସିପି ଉମାଶଙ୍କର ଦାଶ ଏହା ପୂର୍ବରୁ ପୁରୀ ଏସପି ଭାବେ କାର୍ଯ୍ୟ କରୁଥିଲେ।
ଠିକ ସେହିଭଳି କଟକର ନୂତନ ଡିସିପି ଭାବରେ ପ୍ରତୀକ ସିଂହ ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ କଟକ ଡିସିପି ଦାୟିତ୍ୱରେ ଥିବା ଅଖିଳେଶ୍ୱର ସିଂହ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ସୂଚନାଯୋଗ୍ୟ, କଟକର ନୂଆ ଡିସିପି ପ୍ରତୀକ ସିଂହ ଏହା ପୂର୍ବରୁ କନ୍ଧମାଳ ଏସପି ଭାବେ କାର୍ଯ୍ୟ କରୁଥିଲେ। ଏଥିରେ ପୁଲିସ୍ କମିସନର୍ ସୁଧାଂଶୁ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ଏହି ଅବସରରେ ଦୁଇ ନବ ନିଯୁକ୍ତ ଡିସିପି ଆଗାମୀ ଦିନରେ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି କହିଥିଲେ।
Follow Us