ହାଇକୋର୍ଟର ଦୁଇ ନୂଆ ବିଚାରପତି  : ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ, ଡକ୍ଟର ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଶପଥ ନେଲେ

କଟକ : ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ଓ ଡକ୍ଟର ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଆଜି ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌.ଜାଭେରୀ ଦୁଇ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଗୃହ ବିଭାଗର ପ୍ରମୁଖ ସଚିବ ଅସିତ ତ୍ରିପାଠୀ ବିଚାରପତିଙ୍କ ନିଯୁକ୍ତି ସ˚ପର୍କିତ ଆଦେଶନାମା ପାଠ କରିଥିଲେ। ସେହିପରି ଝାଡ଼ଖଣ୍ତ ହାଇକୋର୍ଟକୁ ବଦଳି ହୋଇଥିବା ଜଷ୍ଟିସ ଏସ.ଏନ.ପ୍ରସାଦଙ୍କୁ ବି ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଆଡଭୋକେଟ ଜେନେରାଲ ସୂର୍ଯ୍ୟପ୍ରସାଦ ମିଶ୍ର, ହାଇକୋର୍ଟ ବାର ଆସୋସିଏସନର ପୂର୍ବତନ ସଭାପତି ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା, ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ, ବୁଦ୍ଧଦେବ ରାଉତରାୟ, ଅଶୋକ କୁମାର ମହାପାତ୍ର, ରାଜ୍ୟ ଆଇନଜୀବୀ ପରିଷଦ ଅଧୢକ୍ଷ ଡକ୍ଟର ଟହଲି ଚରଣ ମହାନ୍ତି, ହାଇକୋର୍ଟ ବାର‌୍‌ ଆସୋସିଏସନ୍‌ ସଭାପତି ଶ୍ରୀକାନ୍ତ କୁମାର ନାୟକ, ସ˚ପାଦକ ସତ୍ୟବ୍ରତ ମହାନ୍ତି, କଟକ ବାର‌୍‌ ସଭାପତି ଉମାକାନ୍ତ ନନ୍ଦ, ସ˚ପାଦକ ନରେଶ ଚନ୍ଦ୍ର ଜେନା, ପୁଲିସ କମିସନର ସତ୍ୟଜିତ ମହାନ୍ତି, ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲ, ଡିସିପି ଅଖିଳେଶ୍ବର ସି˚ହ, ହାଇକୋର୍ଟ ରେଜିଷ୍ଟ୍ରିର ଅଧିକାରୀଙ୍କ ସହିତ ଶତାଧିକ ଆଇନଜୀବୀ ଉପସ୍ଥିତ ଥିଲେ।

ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ପଦ ୨୭ ହୋଇଥିବା ବେଳେ ଜଷ୍ଟିସ ଏସ୍‌.ଏନ୍‌.ପ୍ରସାଦଙ୍କ ବଦଳି ସହିତ ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ଓ ଡକ୍ଟର ଜଷ୍ଟିସ ଅକ୍ଷୟ କୁମାର ମିଶ୍ରଙ୍କ ଶପଥ ଗ୍ରହଣ ପରେ ବିଚାରପତି ସ˚ଖ୍ୟା ୧୪ରେ ପହଞ୍ଚିଛି।

ସମ୍ବନ୍ଧିତ ଖବର