ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ମନ୍ତ୍ରୀ

ପୁରୀ : ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାପରେ କେତେଜଣ ମନ୍ତ୍ରୀ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶପଥପାଠ କରିବା ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଳସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ; ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଇସ୍ପାତ, ଖଣି ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପ୍ରମୁଖ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଭ କରିଥିଲେ।

ସମ୍ବନ୍ଧିତ ଖବର