ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି | ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିଲେ | ତାଙ୍କର ବୟସ ୩୧ ବର୍ଷ ହୋଇଥିବାବେଳେ ଘର କେନ୍ଦୁଝର ବୋଲି ଜଣାପଡିଛି | ଓମିକ୍ରନ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି | ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ |
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା ଅନୁସାରେ ଆକ୍ରାନ୍ତ ଜଣକ ଦୁବାଇରୁ କୋଲକାତା ବିମାନରେ ଆସିବା ପରେ ସେଠାରୁ ଟ୍ରେନରେ କେନ୍ଦୁଝରର ବଡ଼ବିଲ ଆସିଛନ୍ତି | ସେ ରାମକୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି | ସେ ଆସିଲାବେଳେ ନେଗେଟିଭ ଥିଲେ | ଘରେ ପହଞ୍ଚିବାର ଦିନକ ପରେ ତାଙ୍କୁ ଜ୍ୱର ଆସିଥିଲା | ସେ କୋଭିଡ ଟେଷ୍ଟ କରିଥିଲେ ଓ ପରେ ଜିନୋମ ସ୍ୱିକେସିଂଙ୍ଗ ପରେ ଓମିକ୍ରନ ଚିହ୍ନଟ ବୋଲି ଜଣାପଡିଛନ୍ତି | ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି |