ପୁଣି ରାଜ୍ୟରୁ ଚିହ୍ନଟ ହେଲେ ୧୩୮ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୧୩୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୫୭ଜଣ ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଆଜି ଅନୁଗୁଳରୁ ୩ଜଣ, ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ୭ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୨୬ଜଣ, ଦେବଗଡ଼ରୁ ୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ଜଣ,ଜଗତସିଂହପୁରରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୪ଜଣ, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୩ଜଣ, ଖୋର୍ଧାରୁ ୮ଜଣ, ମାଲାକାନଗିରିରୁ ଜଣେ, ମୟୁରଭଞ୍ଜରୁ ୩ଜଣ,ନୂଆପଡ଼ାରୁ ୧୫ଜଣ, ପୁରୀରୁ ୯ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯ଜଣ, ସୁବର୍ଣ୍ଣପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୧୬ଜଣ ଓ ଷ୍ଟେଟପୁଲରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଚିହ୍ନଟଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୪୬୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୧୪୨୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୧୨୮୧ଟି ସକ୍ରିୟ କରୋନା ମାମଲା ରହିଛି।

ସମ୍ବନ୍ଧିତ ଖବର