ଆଜି ରାଜ୍ୟରେ ଆଉ ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଆଜି ରାଜ୍ୟରେ ଆଉ ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୬୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୬୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି।

ଅନୁଗୁଳରୁ ଆଜି ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ୬ଜଣ, ବୌଦ୍ଧରୁ ଜଣେ,କଟକରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ସେହିପରି ଦେବଗଡ଼ରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ୫ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଧାରୁ ୯ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ୩ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୭ଜଣ, ସୁବର୍ଣ୍ଣପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୬ଜଣ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏଯାବତ ୩୩୬୮୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ବି ୬୨୫ଟି ମାମଲା ସକ୍ରିୟ ରହିଛି। ଏଥିସହିତ ୩୩୪୨୪୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe