୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଉ ୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୫ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ଜଣ ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ସେହିପରି ବାଲେଶ୍ବରରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ୬ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଧାରୁ ୮ଜଣ, ମୟୁରଭଞ୍ଜରୁ ୫ଜଣ, ପୁରୀରୁ ୪ଜଣ, ସମ୍ବଲପୁରରୁ ୧୨ଜଣ କରୋନା ଆକ୍ରାନ୍ତ ୨୪ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି।

ସେହିପରି ସୁବର୍ଣ୍ଣପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ ଓ ଷ୍ଟେଟପୁଲରୁ ୨ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି।
ରାଜ୍ୟରେ ଏଯାବତ ୩,୩୭,୩୫୧ଟି କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଥିବା ବେଳେ ୭୩୪ଟି ସକ୍ରିୟ ମାମଲା  ରହିଛି। ଏଯାବତ ଏହି ମାହାମାରୀ କରୋନାରେ ଆକ୍ରାନ୍ତ ହୋଇ ୩୩୪୬୪୭ଜଣ ସୁସ୍ଥ ହୋଇସାରିଲେଣି।

ସମ୍ବନ୍ଧିତ ଖବର