ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
COVID-19 REPORT FOR 3rd JUNE
New positive cases: 90
In quarantine: 79
Local contacts: 11(Details of local contacts will be shared by concerned district administration)
1. Khordha: 25
2. Nayagarh: 7
3. Angul: 1
4. Balasore: 1
5. Bhadrak:9
6. Kalahandi: 1
7. Ganjam: 22— I & PR Department, Odisha (@IPR_Odisha) June 4, 2020
ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
8. Sambalpur:1
9. Sundargarh: 5
10. Puri: 2
11. Cuttack: 5
12. Bargarh: 1
13. Dhenkanal: 10
Total Positive-90
New recoveries: 91
Cumulative tested: 165824
Positive: 2478
Recovered: 1416
Active cases: 1053— I & PR Department, Odisha (@IPR_Odisha) June 4, 2020
ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ବର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
/sambad/media/post_attachments/wp-content/uploads/2020/06/corona-long-island-press.jpg)
ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୫୩ରେ ପହଞ୍ଚିଛି। ତେବେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।