ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ବର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

publive-image image source--long island press

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୫୩ରେ ପହଞ୍ଚିଛି। ତେବେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe