ରାଜ୍ୟରୁ ଆଜି ୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରୁ ଆଜି ୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି। କ୍ବାରେଣ୍ଟାଇନରୁ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮ଜଣ ରହିଛନ୍ତି।

ଅନୁଗୁଳରୁ ଆଜି ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୧ଜଣ, ଦେବଗଡ଼ରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝରରୁ ୩ଜଣ, ଖୋର୍ଧାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୧୪ଜଣ ଓ ‌ଷ୍ଟେଟପୁଲରୁ ଜଣେ ‌ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏଯାବତ ୩୩୭୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୫୨୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏବେ ରାଜ୍ୟରେ ୭୦୯ଟି କରୋନା ସକ୍ରିୟ ମାମଲା ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ସମ୍ବନ୍ଧିତ ଖବର