୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୧୪୬ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫ଜଣ

ଭୁବନେଶ୍ବର: ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୭ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୯ଜଣ ରହିଛନ୍ତି।

ଆଜି ଅନୁଗୁଳରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ଜଣ, ବରଗଡ଼ରୁ ୩ଜଣ, ବଲାଙ୍ଗୀରରୁ ୯ଜଣ, କଟକରୁ ୨୫ଜଣ, ଗଞ୍ଜାମରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଧାରୁ ୩୫ଜଣ, ମୟୁରଭଞ୍ଜରୁ ୧୩ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୨ଜଣ ଓ ଷ୍ଟେଟପୁଲରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୮୯୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ସଂଖ୍ୟା ୩୩୬୧୨୪ରେ ପହଞ୍ଚିଛି। ରାଜ୍ୟରେ ଏବେ ବି ୮୯୭ଟି ସକ୍ରିୟ ମାମଲା ରହିଛି।

ସମ୍ବନ୍ଧିତ ଖବର