ଆଜି ସୁସ୍ଥ ହେଲେ ୧୫୪୪ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୦ ହଜାର ୨୪୧କୁ ବୃଦ୍ଧି

ଆଜି ସୁସ୍ଥ ହେଲେ ୧୫୪୪ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୦ ହଜାର ୨୪୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହଯୋଗ ଏବଂ କୋଭିଡ ଯୋଦ୍ଧାଙ୍କର ନିରନ୍ତର ଉଦ୍ୟମ ଫଳରେ ଆଜି ୨୬ଟି ଜିଲ୍ଲାରୁ ଆଜି ୧୫୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୪୧ରେ ପହଞ୍ଚିଛ।

ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୫୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୨୦୩ ଜଣ, କୋରାପୁଟ ଜିଲ୍ଲାରୁ ୧୪୩ ଜଣ, ଗଜପତି ଜିଲ୍ଲାରୁ ୭୫ ଜଣ, ନୟାଗଡ଼ରୁ ୬୨ ଜଣ, ସୁନ୍ଦରଗଡ଼ରୁ ୫୯ ଜଣ, କନ୍ଧମାଳରୁ ୪୧ ଜଣ, କଟକରୁ ୩୭ ଜଣ, କଳାହାଣ୍ଡି ଓ ରାୟଗଡ଼ାରୁ ୩୬ ଜଣ ଲେଖାଏଁ ଓ ଯାଜପୁର ଜିଲ୍ଲାରୁ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୩୩ ଜଣ, ପୁରୀରୁ ୩୨ ଜଣ, ସମ୍ବଲପୁରରୁ ୩୧ ଜଣ, ମାଲକାନଗିରିରୁ ୨୪ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେନ୍ଦୁଝରରୁ ୧୭ ଜଣ, ବରଗଡ଼, ବଲାଙ୍ଗୀରରୁ ୧୬ ଜଣ ଲେଖାଏଁ, ଢେଙ୍କାନାଳରୁ ୧୩ ଜଣ, ମୟୂରଭଂଜରୁ ୧୨ ଜଣ, ଭଦ୍ରକ, ଜଗତସିଂହପୁର, ସୁବର୍ଣ୍ଣପୁରରୁ ୮ ଜଣ ଲେଖାଏଁ, ନୂଆପଡ଼ା ଓ ଅନୁଗୁଳରୁ ୬ ଜଣ ଲେଖାଏଁ ଓ ନବରଙ୍ଗପୁରରୁ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୬ ଲକ୍ଷ ୩୪ ହଜାର ୯୦ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି। ଏଥିରୁ ଏଯାଏଁ ୪୪ ହଜାର ୧୯୩ଟି ନମୁନା ରିପୋର୍ଟ ପଜିଟିଭ ଆସିଛି। ମୋଟ ୩୦ ହଜାର ୨୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୫୯ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏବେ ୧୩ ହଜାର ୬୪୪ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe