ଭୁବନେଶ୍ବର: ବ୍ରିଟେନରୁ ଆରମ୍ଭ ହୋଇଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ (ବି.୧.୧.୭) ସଂକ୍ରମଣ ଏବେ ପୁଣି ଥରେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ଦ୍ବାରା ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ଵର ବିମାନ ବନ୍ଦରରେ ନୂଆ ଏସ୍ଓପି ଜାରି କରାଯାଇଛି।
ଏସ୍ଓପିରେ ଲକ୍ଷଣ ଥିବା ୫୫ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଯାତ୍ରୀଙ୍କର ଆଣ୍ଟିଜେନ୍ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଏହା ସହ ବିଦେଶ ଫେରନ୍ତା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି। ବିମାନ ବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ଵତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଞ୍ଚ ନେଇ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ବରରୁ ଉଡାଣ କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଏସଓପି ଜାରି କରାଯାଇଛି ବୋଲି ଭୁବନେଶ୍ୱର ବିମାନ ବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟ ସୂଚନା ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/t-196.jpg)