ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭ୍ଲାଦିମୀର ପୁଟିନଙ୍କ ମଧ୍ୟରେ ଆଜି ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗ ଉପରେ ଦ୍ବିପାକ୍ଷିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଦୁଇ ଭାରତ ଏବଂ ରୁଷ ମଧ୍ୟରେ ହେବାକୁ ଥିବା ପ୍ରତିରକ୍ଷା ଚୁକ୍ତି ଉପରେ ବିଶ୍ବର ନଜର ରହିବ। ଦ୍ବିପାକ୍ଷିକ ଆଲୋଚନା ପୂର୍ବରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପୁଟିନ୍‌ ଭେଟିବେ। 

Advertisment

ସୂଚନାଯୋଗ୍ୟ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ (Vladimir Putin) ଦୁଇଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁରୁବାର ସଂଧ୍ୟାରେ ତାଙ୍କ ସ୍ବତନ୍ତ୍ର ବିମାନ ନୂଆଦିଲ୍ଲୀର ପାଲାମୋ ବିମାନବନ୍ଦରରେ ଅବତରଣ କରିଥିଲା। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଖୋଦ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଦିଲ୍ଲୀରେ ପହଞ୍ଚିବା ପରେ ରାତି ୮ଟାରେ ପୁଟିନଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ନୈଶ୍ୟଭୋଜି ପ୍ରଦାନ କରାଯାଇଥିଲା। 

ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ। ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ। ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପ୍‌ଡେଟ୍‌ କରୁଛୁ। ସଦ୍ୟତମ ବ୍ରେକିଂ ନ୍ୟୁଜ୍ ଏବଂ ଅପଡେଟ୍ ପାଇଁ sambad.in ସହିତ ଯୋଡ଼ି ରୁହନ୍ତୁ।