କଟକ : ୫୩ ନମ୍ବର ଜାତୀୟ ରାଜପଥର ଡୁବୁରି-ଚଣ୍ଡିଖୋଲ ମଧ୍ୟରେ ୪୦ କି.ମି. ରାସ୍ତାକୁ ଚାରି ଲେନ୍‌ ବିଶିଷ୍ଟ କରିବା ପାଇଁ ଚାଲିଥିବା ନିର୍ମାଣ କାର୍ଯ୍ୟରେ ନିୟମ ଉଲ୍ଲଂଘନ କରି ଲଘୁ ଖଣିଜ ଦ୍ରବ୍ୟ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି।

Advertisment

ଜାତୀୟ ଗ୍ରିନ ଟ୍ରିବୁନାଲ (ଏନଜିଟି) ଏଭଳି ଅଭିଯୋଗ ନେଇ ଦାୟର ମାମଲାକୁ ବିଚାର ପାଇଁ ଗ୍ରହଣ କରି ରାଜ୍ୟ ସରକାର, ଯାଜପୁର ଜିଲ୍ଲାପାଳ, ଏସ୍‌ପି, ଧର୍ମଶାଳା, ଦର୍ପଣ, ଦାନଗଦି ତହସିଲଦାର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ, ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚଏଆଇ) ଓ ଅନ୍ୟମାନଙ୍କୁ ନୋଟିସ୍ ଜାରି କରିଛନ୍ତି। ତିନି ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ସମସ୍ତ ପ୍ରତିପକ୍ଷଙ୍କୁ ଏନଜିଟି ନିର୍ଦ୍ଦେଶ ଦେଇଛନ୍ତି। ପ୍ରତାପଚନ୍ଦ୍ର ମହାନ୍ତି ଓ ଅନ୍ୟମାନଙ୍କ ତରଫରୁ ଦାୟର ଆବେଦନର ଶୁଣାଣି କରି ଏନଜିଟି ଏପରି ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୨୧କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।