ଆଇଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ: ନିକୁଞ୍ଜ ଧଳ ମୁଖ୍ୟ ନିର୍ବାଚନ ଅଧିକାରୀ

Advertisment

ସତ୍ୟବ୍ରତ ସାହୁ ହେଲେ ଏସ୍‌ଆର୍‌ସି

ସତ୍ୟବ୍ରତ ସାହୁ ହେଲେ ଏସ୍‌ଆର୍‌ସି

ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ମୁତୟନ ହେବେ ଆଉ ୭୦ କମ୍ପାନି: ସିଇଓ

ଭୁବନେଶ୍ବର : ଭାରତ ନିର୍ବାଚନ କମିସନ ଶୁକ୍ରବାର ଦିନ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ନେଇ ଅନେକ ପୂର୍ବ ପ୍ରସ୍ତୁତି ଥିବାରୁ ଏହାକୁ ନଜରରେ ରଖି ଶ୍ରୀ ଧଳଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଶ୍ରୀ ଧଳକୁ ଅନ୍ୟ କୌଣସି ଅତିରିକ୍ତ ଦାୟିତ୍ବ ଦିଆଯିବନି ବୋଲି ଭାରତ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହାପରେ ରାଜ୍ୟ ସରକାର ଆଜି ଆଇଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ କରିଛନ୍ତି। ନିକୁଞ୍ଜବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ମିଳିବା ପରେ ଏହି ପଦବିରେ ଥିବା ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏବେ ଶ୍ରୀ ଲୋହାନୀ ଏହି ବିଭାଗର ପ୍ରମୁଖସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ଅଛନ୍ତି।
ସେହିପରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କୁ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେ ମଧ୍ୟ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ ସିଂହଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏହାସହ ଶ୍ରୀ ସିଂହ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ, କମର୍ସିିଅାଲ ଟ୍ୟା‌େକ୍ସସ୍ ଏବଂ ଜିଏସ୍‌ଟିର କମିସନର ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ଓସ୍‌ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନରଂଜନ ଦାସଙ୍କୁ ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe