ନୀଳଗିରି ବିଧାୟକ ସୁକାନ୍ତ ନାୟକ ଡାକ୍ତରଖାନାରେ ଭର୍ତ୍ତି

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିବ‌ା ଜଣାଯାଇଛି। ନିଜ ଗାଁ ନୀଳଗିରି ପୁନ୍ଦାଳରେ ଥିବା ବେଳେ ଆଜି ସକାଳେ ସେ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ପ୍ରଥମେ ନୀଳଗିରି ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ପରେ ଡାକ୍ତର ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା‌ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ଅକ୍ଷୟ ଆଚାର୍ଯ୍ୟ, ନୀଳଗିରି ବିଜେଡି ନେତା ସନ୍ତୋଷ ଖଟୁଆ ପ୍ରମୁଖ ତାଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି।

ସମ୍ବନ୍ଧିତ ଖବର