ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ

Advertisment

ବିଜେପିରେ ଯୋଗ ଦେଇପାରନ୍ତି

ବିଜେପିରେ ଯୋଗ ଦେଇପାରନ୍ତି

ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ

ନିମାପଡ଼ା: ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି।ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବା କାରଣରୁ ସେ ଅସନ୍ତୁଷ୍ଟ ଥିଲେ। ଦଳ ଛାଡ଼ିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଛନ୍ତି ସମୀର ରଞ୍ଜନ ଦାଶ।

ସମୀର କହିଛନ୍ତି, ୨୦୦୬ରୁ ସେ ନିଷ୍ଠାର ସହ ଦଳ ପାଇଁ କାମ କରିଆସୁଛନ୍ତି । ତଥାପି ଦଳ ତାଙ୍କ ଉପରେ ଭରସା କଲାନି। ତାଙ୍କ ଉପରୁ ଦଳ ଆସ୍ଥା ହରାଇଥିବାରୁ ଆଉ ଦଳରେ ରହିବାକୁ ସେ ସମିଚୀନ ମନେ କରୁନାହାଁନ୍ତି ବରଂ ଦଳ ଛାଡ଼ିବାକୁ ଉଚିତ ମନେ କରିଛନ୍ତି। ଏହାସହ ସେ ନିଜେ ମଧ୍ୟ ନିମାପଡ଼ା , ଗୋପ ବିଜେଡିରୁ ଆସ୍ଥା ହରାଇବା ପରେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି।

ନିମାପଡ଼ାରୁ ସମୀର ରଞ୍ଜନ ଦାଶ ଲଗାତାର ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସମୀର ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ଏଥର ବିଜେଡି ତାଙ୍କୁ ଟିକେଟ୍ ଦେଇନଥିଲା । ଏହାକୁ ନେଇ ସେ ଅସନ୍ତୁଷ୍ଟ ପ୍ରକାଶ କରିବା ସହ ପୁନର୍ବିଚାର ପାଇଁ ଦଳକୁ ଏପ୍ରିଲ ୩୦ ଯାଏଁ ସମୟ ଦେଇଥିଲ । କିନ୍ତୁ ଏହି ସମୟ ମଧ୍ୟରେ ବି ଦଳ କିଛି ପଦକ୍ଷେପ ନନେବାରୁ ସେ ନିଜ ଅଞ୍ଚଳରେ ସଭା କରିବା ସହ ନିଜ ସମର୍ଥକଙ୍କ ସହ ଦଳ ଛାଡ଼ିବାକୁ ଘୋଷଣା କରିଥିଲେ।

ଏଣେ ସମୀର ରଞ୍ଜନ ଦାଶ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଆଗରୁ ସେ ୧୯୯୮ରୁ ୨୦୦୬ ଯାଏ ବିଜେପିରେ ଥିଲେ। ଏଣୁ ତାଙ୍କର ଘରବାହୁଡ଼ା ହୋଇପାରେ ବୋଲି ଆଲୋଚନା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe