ଭୁବନେଶ୍ବର/ନିମାପଡ଼ା: ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ପଦ୍ମ ଧରିଛନ୍ତି। ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ସିଂ ତୋମର ଓ ରାଜ୍ୟ ସଭାପତି ମନମୋହନ ସାମଲ ଓ ନିମାପଡ଼ା ବିଜେପି ବିଧାନସଭା ପ୍ରାର୍ଥୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ସମୀର ରଞ୍ଜନ ଦାଶ ବିଜେପିରେ ଯୋଗ ଦେଇଛନ୍ତି। ଏହାପରେ ସେ କହିଛନ୍ତି, ଏଥର ନିମାପଡ଼ାରୁ ବିଜେପି ବିଧାନସଭା ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଲକ୍ଷାଧିକ ଭୋଟରେ ବିଜୟୀ ହେବେ। ଗତ ୧୦ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶରେ ପ୍ରେରିତ ହୋଇବିଜେପିରେ ସାମିଲ ହେଲି। ଦଳ ମୋତେ ଯେଉଁ ଦାୟିତ୍ବ ଦେବ ତାହାକୁ ମୁଁ ନିଷ୍ଠାର ସହ ପାଳନ କରିବି।
ତାଙ୍କ ସହ ବହୁ ସମର୍ଥକ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ସମୀର ରଞ୍ଜନ ଦାଶ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଯେଉଁ ଚର୍ଚ୍ଚା ହେଉଥିଲା, ତାହା ସତ୍ୟ ପ୍ରମାଣିତ ହୋଇଛି। ଆଗରୁ ସେ ୧୯୯୮ରୁ ୨୦୦୬ ଯାଏ ବିଜେପିରେ ଥିଲେ। ଏଣୁ ତାଙ୍କର ଘରବାହୁଡ଼ା ହୋଇପାରେ ବୋଲି ଆଲୋଚନା ହେଉଥିଲା।
ସୂଚନାଯୋଗ୍ୟ, ସକାଳେ ବିଜେଡିରୁ ଇସ୍ତଫା ଦେଇତିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଥିଲେ।ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଟିକେଟ ନ ମିଳିବା କାରଣରୁ ସେ ଅସନ୍ତୁଷ୍ଟ ଥିଲେ। ଦଳ ଛାଡ଼ିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଛନ୍ତି ସମୀର ରଞ୍ଜନ ଦାଶ।
ନିମାପଡ଼ାରୁ ସମୀର ରଞ୍ଜନ ଦାଶ ଲଗାତାର ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସମୀର ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ଏଥର ବିଜେଡି ତାଙ୍କୁ ଟିକେଟ୍ ଦେଇନଥିଲା । ଏହାକୁ ନେଇ ସେ ଅସନ୍ତୁଷ୍ଟ ପ୍ରକାଶ କରିବା ସହ ପୁନର୍ବିଚାର ପାଇଁ ଦଳକୁ ଏପ୍ରିଲ ୩୦ ଯାଏଁ ସମୟ ଦେଇଥିଲ । କିନ୍ତୁ ଏହି ସମୟ ମଧ୍ୟରେ ବି ଦଳ କିଛି ପଦକ୍ଷେପ ନନେବାରୁ ସେ ନିଜ ଅଞ୍ଚଳରେ ସଭା କରିବା ସହ ନିଜ ସମର୍ଥକଙ୍କ ସହ ଦଳ ଛାଡ଼ିବାକୁ ଘୋଷଣା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/samir-ranjan-640x430-640x430-1.jpg)
