ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣିର ନବମ ପାଳି: ଆରମ୍ଭ ହେଲା ସିଙ୍ଗିଲ୍‌ ୱିଣ୍ଡୋ ବ୍ୟବସ୍ଥା

Advertisment

ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ।

ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ।

ffhfhbvgg

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯାଇଛି। ପୁରୀ ଜିଲ୍ଲା ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁ, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟ, କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କର୍କଟ ପୀଡ଼ିତା ଇନ୍ଦୁ ବେହେରା, ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସା ପାଇଁ ଆସିଥିବା ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଛନ୍ତି। ଏହାସହ ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ଅସ୍ଥିମଜ୍ଜା କର୍କଟ ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଦିଆଯାଇଛି। ତତ୍କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ। 

୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା
୪ଜଣଙ୍କୁ ୧ଲକ୍ଷ ଲେଖାଏଁ, ଜଣଙ୍କୁ ୩ଲକ୍ଷ
୮ ପାଳିରେ ଆସିଥିବା ଅଭିଯୋଗ ମଧ୍ୟରୁ ୮୪% ମାମଲାର ସମାଧାନ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଭିଯୋଗ ପ୍ରକୋଷ୍ଠ ଜରିଆରେ ରାଜ୍ୟ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି। ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି। ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି। ଉଲ୍ଲେଖ ଯେ ଗତବର୍ଷ ଜୁଲାଇ ପହିଲାରୁ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗ ବା ୮୪% ମାମଲାର ସମାଧାନ କରାଯାଇଛି। ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସ୍‌ରେ ରହିଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ଓ ଅନ୍ୟ ବିଭାଗଗୁଡ଼ିକର ସଚିବସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe