ପ୍ରଧାନମନ୍ତ୍ରୀ ଆବାସରେ ରାଜ୍ୟ ସରକାର ବ୍ୟବହାର କରିପାରିବେ ନାହିଁ ବିଜୁ ପକ୍କାଘର ଲୋଗୋ, ନିର୍ଦ୍ଦେଶ ଦେଲା କେନ୍ଦ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଥିବା ଘରେ ଲାଗିପାରିବ ନାହିଁ ବିଜୁ ପକ୍କାଘର ଲୋଗୋ | ବିଜୁ ପକ୍କାଘର ଲୋଗୋ ନ ଲଗାଇବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି | ମାର୍ଚ୍ଚ ୩୦ରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ ପ୍ରମୁଖ ସଚିବ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏବାବଦରେ ଜଣାଇଛନ୍ତି | ଚିଠିରେ ଉଲ୍ଲେଖ ଅଛି ଯେ ବିଜୁ ପକ୍କା ଘର ଲୋଗୋ ଅନୁମୋଦିତ ନୁହେଁ |

ତେଣୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କାଘର ଯୋଜନାର ଲୋଗୋ ଲାଗିପାରିବ ନାହିଁ | ଏହି ଯୋଜନାରେ ରାଜ୍ୟ ସରକାର ନିଜସ୍ୱ କୌଣସି ଲୋଗୋ ବ୍ୟବହାର କରିପାରିବେ ନାହିଁ ବୋଲି ଚିଠିରେ ସ୍ପଷ୍ଟ ଭାବେ ଲେଖାଯାଇଛି | ସୂଚନା ଥାଉ କି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଘରେ ବିଜୁ ପକ୍କାଘର ଲୋଗୋ ବ୍ୟବହାର ନେଇ ପ୍ରଥମେ ବିଜେପି ଅଭିଯୋଗ କରିଥିଲା |

ଆଉ ଏହାକୁ ବିରୋଧ କରି ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ମଧ୍ୟ ବିଜେପି ପକ୍ଷରୁ ଦିଆଯାଇଥିଲା | ଏହା ପରେ ବିଜେପି ପ୍ରତିନିଧିମଣ୍ଡଳୀ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଭେଟି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ଅନୁରୋଧ କରିଥିଲା | ଆଉ ଏହା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି |

ସମ୍ବନ୍ଧିତ ଖବର