ବହୁଚର୍ଚ୍ଚିତ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ବହୁଚର୍ଚ୍ଚିତ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ନୟାଗଡ଼: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲାର ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଥିବାର ଖବର ମିଳିଛି।

publive-imageୱାର୍ଡ ସଭ୍ୟମାନେ ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଏହି ପଞ୍ଚାୟତର ୧୫ ୱାର୍ଡସଭ୍ୟଙ୍କ ମଧ୍ୟରୁ ୧୩ ଜଣ ଅନାସ୍ଥା ପ୍ରସ୍ତାବରେ ଦସ୍ତଖତ କରିଥିବା ଜଣାଯାଇଛି। ସେମାନେ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ଏହି ଅନାସ୍ଥା ପ୍ରସ୍ତାବ ଉପରେ ଆସନ୍ତା ୨୦ ତାରିଖରେ ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହେବ ବୋଲି ଉପଜିଲ୍ଲାପାଳ ପତ୍ର ଲେଖି ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କୁ ଜଣାଇଛନ୍ତି।

ପରୀ ହତ୍ୟା ପ୍ରସଙ୍ଗରେ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣି ସୌମ୍ୟରଂଜନ ପ୍ରଧାନ ଏଭଳି ଆକ୍ରୋଶର ଶିକାର ହୋଇଥିବା ନୟାଗଡ଼ରେ ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe