ପାଣିପାଗ ବିଭାଗ ପକ୍ଷରୁ ୧୩ଟି ଜିଲ୍ଲାକୁ ଜାରି ହେଲା ସତର୍କ ସୂଚନା, ଅପରାହ୍ନ ୪.୩୦ ସୁଦ୍ଧା ଘଡ଼ଘଡ଼ି ସହ ବର୍ଷା

୩ ଦିନ ପରେ ପୁଣି ଶୁଖିଲା ପାଗ, ୨୧ରୁ ମୌସୁମୀ ବର୍ଷା

firstpost.com

ଭୁବନେଶ୍ୱର: ଅପରାହ୍ନ ୪ଟା ୩୦ ସୁଦ୍ଧା ଭୁବନେଶ୍ୱର ସମେତ ରାଜ୍ୟର ୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅପରାହ୍ନ ସାଢ଼େ ୪ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି।

ଅନ୍ୟପଟେ ଗତ ୯ ତାରିଖରେ କେରଳକୁ ମୌସୁମୀ ଛୁଇଁଥିଲେ ମଧ୍ୟ ଏହା ଓଡ଼ିଶାକୁ ଛୁଇଁବାରେ ବିଳମ୍ବ ହେବ। ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ଛୁଇଁବାରେ ବିଳମ୍ବ କରିପାରେ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି।

ସେହିପରି ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି। ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା। ଅପରାହ୍ନ ସୁଦ୍ଧା ରାଜ୍ୟର ୧୨ ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe