ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ୧୧ ତାରିଖରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ସୋମବାର ଦିନ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ (ନିର୍ବାଚନ) ବିଭାଗ।

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ଲାଗି ଏପ୍ରିଲ୍‌ ୧୧ ତାରିଖ ଦିନ ଭୋଟ୍‌ ଗ୍ରହଣ କରାଯିବ।

କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଲାଗି ପ୍ରଥମ ପର୍ଯ୍ୟାୟରେ ଭୋଟ୍‌ ହେବ। ଏଥିସହ ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନିପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିସମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପଡ଼ା, ଜୟପୁର, କୋରାପୁଟ, ପଟାଙ୍ଗି, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ମଧ୍ୟ ମତଦାନ ହେବ।

ମାର୍ଚ ୧୮ ତାରିଖରୁ ମାର୍ଚ ୨୫ ତାରିଖ ଯାଏଁ ଏହି ଆସନଗୁଡ଼ିକ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଚାଲୁ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe