ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି

Advertisment
ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି

ପଦ୍ମପୁର: ପଦ୍ମପୁର ବିଧାନସଭାର ଉପନିର୍ବାଚନ ପାଇଁ ଆଜି ପଦ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ର  ଦିନ ୧୦ ଟାରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୧୦ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ରୁ ୩ ଟା ରେ ମନୋନୟ ଦାଖଲ ପ୍ରକ୍ରିୟା ଜାରି ରହିବ। ୧୮ ତାରିଖରେ ମନୋନୟନ ପତ୍ର ଯାଞ୍ଚ କରାଯିବ ଏବଂ ୨୧ ତାରିଖ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର କହିଛନ୍ତି।ସେହିପରି ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ।

ସୂଚନାଯୋଗ୍ୟ, ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ତାରିଖରେ ପରଲୋକ ହେବା ପରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେବା ସଂକ୍ରାନ୍ତରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ବିଜ୍ଞପ୍ତି ଜାରି କରିଥିଲେ। ଏହା ଓଡ଼ିଶା ଗେଜେଟ୍‌ରେ ପ୍ରକାଶ ପାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe