ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଜୁନ୍ ୨ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଜୁନ୍ ୧୩ ତାରିଖରେ ଭୋଟିଂ ହେବ।
ଉଲ୍ଲେଖଯୋଗ୍ୟ, ରାଜ୍ୟସଭା ସାଂସଦ ସୁବାସ ସିଂ ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ରାଜ୍ୟସଭା ପଦ ପାଇଁ ଆସନ୍ତା ଜୁନ୍ ୧୩ତାରିଖରେ ଏହି ଉପନିର୍ବାଚନ ହେବ।ଆଗରୁ ନିର୍ବାଚନ କମିସନ ଏହାର ଘୋଷଣା କରିଥିଲେ।
ଶ୍ରୀ ସିଂ ୨୦୨୦ ମାର୍ଚରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨ବର୍ଷ ରାଜ୍ୟସଭା ସଦସ୍ୟଭାବେ କାର୍ଯ୍ୟ କରିଥିବା ବେଳେ ଗତ ମାର୍ଚ ୨୭ତାରିଖରେ କଟକର ମେୟର ଭାବେ ନିର୍ବାଚିତ ହୋଇଥିଲେ। ପରେ ଏପ୍ରିଲ ୨୧ତାରିଖରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଜୁନ୍ ୨ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ଜୁନ୍ ୩ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ୬ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୧୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। ଜୁନ୍ ୧୭ତାରିଖ ପୂର୍ବରୁ ସମସ୍ତ ପ୍ରକାର ଉପନିର୍ବାଚନ ପ୍ରକ୍ରିୟା ଶେଷ ହେବ। ଏଥିରେ ଯିଏ ନିର୍ବାଚିତ ହେବେ ସେ ୨୦୨୬ ଏପ୍ରିଲ ମାସ ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ରହିବେ।
ରାଜ୍ୟସଭା ଉପନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ
/sambad/media/post_attachments/wp-content/uploads/2022/05/RS-Advertisement_Thumbnail-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)