ନଭେମ୍ବର ୨୯ରେ ପ୍ରଧାନମନ୍ତ୍ରୀଙ୍କ ୩ଦିନିଆ ଓଡ଼ିଶା ଗସ୍ତ: ଆଇନ ମନ୍ତ୍ରୀଙ୍କ ସୂଚନା

Advertisment

ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି...

Updated On

ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି...

ଅଦ୍ୟତନ ହୋଇଛି
7a--akmzxa

ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି। 

ସେ କହିଛନ୍ତି, ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ନଭେମ୍ବର ୨୯ ତାରିଖରେ ଓଡ଼ିଶା ଆସିବେ। ପ୍ରଧାନମନ୍ତ୍ରୀ ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖରେ ଡିଜିପି ସମ୍ମିଳନୀରେ ଯୋଗଦେବେ।

ସୂଚନାଯୋଗୃ,ଆଇନମନ୍ତ୍ରୀଙ୍କ ପୂର୍ବରୁ ଡିଜିପି ୱାଇ. ବି ଖୁରାନିଆ ସୂଚନା ଦେଇଥିଲେ ଯେ ୨୯ ତାରିଖରୁ ରାଜ୍ୟରେ ଚାଲିବାକୁ ଥିବା ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରସ୍ତୁତି ସରିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଯୋଗ ଦେବେ।

ଅଧିକ ପଢ଼ନ୍ତୁ: ଗୋପାଳପୁର ବନ୍ଦରରେ ଆଇଏନଏସ କୁଠାର

ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ଯୋଗଦେବେ। ଏହା ସହିତ ବିଭିନ୍ନ ସୁରକ୍ଷା ଏଜେନ୍ସୀର ମୁଖ୍ୟମାନେ ଏଥିରେ ଯୋଗ ଦେବେ। ଜାତୀୟସ୍ତରରେ ଥିବା ସୁରକ୍ଷା ଜନିତ ସମସ୍ୟା ସମ୍ପର୍କରେ ଏହି ସମ୍ମିଳନୀରେ ଆଲୋଚନା କରାଯିବ। ରାଜ୍ୟର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ।

ପ୍ରଥମ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀକୁ ଉଦଘାଟନ କରିବେ। ସରକାରଙ୍କ ବିଭିନ୍ନ ଏଜେଣ୍ଡା ସମ୍ପର୍କରେ ସେଠାରେ ଆଲୋଚନା ହେବ । ଏଥିପାଇଁ ଅତିଥି ରହିବା ସ୍ଥାନ, ମିଟିଂ ସ୍ଥାନରେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ଓଡ଼ିଶା ପୁଲିସ ପକ୍ଷରୁ ସମସ୍ତ ସୁରକ୍ଷା ସମ୍ପର୍କିତ ବ୍ୟବସ୍ଥା ଗ୍ରହଣ କରାଯାଇଛି।   

ଅଧିକ ପଢ଼ନ୍ତୁ: ଓଡ଼ିଶା ସର୍ବଦା ସନ୍ଥ ଓ ବିଦ୍ବାନମାନଙ୍କ ଭୂମି ହୋଇ ରହିଛି: ପ୍ରଧାନମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe