ଏଣିକି ଜଳସାଥୀମାନଙ୍କୁ ମିଳିବ ସାଇକେଲ : ମୁଖ୍ୟମନ୍ତ୍ରୀ

Advertisment

୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ

୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ

ଏଣିକି ଜଳସାଥୀମାନଙ୍କୁ ମିଳିବ ସାଇକେଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି | ଜଳସାଥୀମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ବାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ ସହରାଞ୍ଚଳ ପାନୀୟ ଜଳଯୋଗାଣ ଓ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ମିଶନ ଶକ୍ତିର ମା ଏବଂ ତୃତୀୟ ଲିଙ୍ଗର ଭଉଣୀମାନଙ୍କୁ ଦାୟିତ୍ବ ଦିଆଯାଇଛି। ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି। ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି। ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ସାରା ଓଡିଶାର ସହରାଞ୍ଚଳରେ ଜଳସାଥୀ ମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ପରିଚାଳନା କରୁଛନ୍ତି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣର ବ୍ୟବସ୍ଥା କରାଯାଇପାରିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି ଏବଂ ଏ ବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ କରିପାରିଛନ୍ତି ।

publive-image

ସେମାନଙ୍କ ଦ୍ବାରା ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ ସଂଯୋଗ ଦୂର କରିବା କାର୍ଯ୍ୟରେ ବହୁତ ଉନ୍ନତି ଆସିଛି ବୋଲି ସେ କହିଥିଲେ। ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ବାରା ସହରାଞ୍ଚଳରେ ରାଜସ୍ବ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହିତ ସଶକ୍ତିକରଣ ହୋଇପାରିବ ବୋଲି ସେ କହିଛନ୍ତି। ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ ମାନର ପାନୀୟ ଜଳ ଦିନରାତି ୨୪ ଘଣ୍ଟା ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି କାର୍ଯ୍ୟକ୍ରମ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଅନୁକରଣୀୟ ହୋଇପାରିଛି ।

ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଓ ଜଳସାଥୀ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରରେ ପ୍ରାଥମିକତା ଦିଆଯାଇ ଅମୃତ ୨.୦ କାର୍ଯ୍ୟକ୍ରମରେ ସବୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଉଷା ଦେବୀ କହିଲେ ଯେ ମା ମାନଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ସଫଳତାର ସହ କାର୍ଯ୍ୟକାରୀ ହୋଇଛି। ମହିଳା ସଶକ୍ତିକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇ କହିଲେ ଯେ ରାଜ୍ୟର ସହରାଞ୍ଚଳର ୯୭ ଭାଗ ଲୋକ ଏବେ ପାଇପ ଜଳ ପାଇପାରୁଛନ୍ତି। ରାଜ୍ୟର ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣ ହୋଇଥିବାବେଳେ, ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ ବୋଲି ସେ କହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe